ବ୍ଲକ ସଭାଗୃହ ଠାରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମା ମିଳିତ ଭାବେ ଜନଶୁଣାଣି କରିଥିଲେ।

ଆଜିର ଶିବିରରେ ମୋଟ ୫୮ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥି ମଧ୍ୟରୁ ୪୦ ଟି ସାମୁହିକ ଅଭିଯୋଗ ଓ ୧୮ ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ଜିଲ୍ଲାପାଳ ପ୍ରତ୍ୟେକ ଅଭିଯୋଗକାରୀଙ୍କ ସମସ୍ୟା ଶୁଣି ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ତୁରନ୍ତ ସମାଧାନ ପାଇଁ ନିର୍ଦେଶ ଦେଇଥିଲେ। ୭ଟି ଅଭିଯୋଗର ଘଟଣାସ୍ଥଳରେ ହିଁ ସମାଧାନ କରାଯାଇଥିଲା।
ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବେଣୁଧର ଶବର, ଆଇ.ଏ.ଏସ. ପ୍ରୋବେସନର ଅନୁପ ନାୟକ, ଜୟପୁର ଉପଜିଲ୍ଲାପାଳ ଯଦୁମଣି ନାୟକ ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, କୋଟପାଡ଼ ଗୋଷ୍ଠି ଉନ୍ନୟନ ଅଧିକାରୀ ସନ୍ଧ୍ୟା ସାମର୍ଥ, ସମେତ ବ୍ଲକ ସ୍ତରୀୟ ସମସ୍ତ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


